ସୋମବାର ଶପଥ ନେବେ ଓମାର

ଉମର ଅବଦୁଲ୍ଲା ସର୍ବସମ୍ମତି କ୍ରମେ ନ୍ୟାଶନାଲ୍‌ କନଫରେନ୍ସ୍‌ ବିଧାୟକ ଦଳ ବୈଠକରେ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ଆସନ୍ତା ସୋମବାର ସେ ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେବେ । ୨୦୧୯ ମସିହା ଅଗଷ୍ଟ ୫ ତାରିଖରେ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦେଇଥିବା ସମ୍ବିଧାନର ଧାରା ୩୭୦କୁ କେନ୍ଦ୍ର ସରକାର ହଟାଇ ଦେଇଥିଲେ । ଏଥିସହ ଜମ୍ମୁ-କଶ୍ମୀର ଓ ଲଦାଖ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ସୃଷ୍ଟି କରିଥିଲେ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାନୁସାରେ ଜମ୍ମୁ-କଶ୍ମୀରରେ ୨୦୧୪ ପରେ ପ୍ରଥମ ଥର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଛି । ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧ ମଧ୍ୟରେ ୩ ପର୍ଯ୍ୟାୟରେ ଭୋଟିଂ ହୋଇଥିଲା । ଏଥର ନିର୍ବାଚନ ଫଳ ଏନସି-କଂଗ୍ରେସ ମେଣ୍ଟ ସପକ୍ଷରେ ଯାଇଛି । ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ ଏନସିକୁ ୪୨ ଓ ସହଯୋଗୀ କଂଗ୍ରେସକୁ ୬ ଟି ଆସନରେ ବିଜୟ ମିଳିଛି ।

You might like